ତିନି ଦିନ ଧରି ପ୍ରବଳ ବର୍ଷା ଯୋଗୁଁ ଗୁଜରାଟରେ ଅନେକ ଅଞ୍ଚଳ ପାଣିରେ ବୁଡ଼ି ରହିଛି । ସୌରାଷ୍ଟ୍ର ଏବଂ କେନ୍ଦ୍ରୀୟ ଗୁଜରାଟରେ ୪୮ ଘଣ୍ଟା ଧରି ବର୍ଷାର ତୀବ୍ରତା ଏବଂ ଅନୁପାତ କମିନଥିବାରୁ ଅନେକ ଗାଁ ଓ ସହର ଦ୍ୱୀପରେ ପରିଣତ ହୋଇଛି । ନ୍ୟୁଜ୍ ଏଜେନ୍ସି ପିଟିଆଇର ତଥ୍ୟ ଅନୁଯାୟୀ, ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ଦୁଇ ଦିନମଧ୍ୟରେ ମୋଟ ୧୬ ଜଣଙ୍କର ମୃତ୍ୟୁ ଘଟିଛି ।ଗୁଜରାଟର ଅନେକ ଅଞ୍ଚଳରେ ରାସ୍ତା ରେ ବନ୍ୟା ଯୋଗୁଁ ଲୋକେ ଫସି ରହିଛନ୍ତି । ରାଜପଥରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି । ସୌରାଷ୍ଟ୍ର, ବିଶେଷକରି ଦ୍ୱାରକା, ଜାମନଗର, ପୋରବନ୍ଦର, ମୋର୍ବି, ଜୁନାଗଡ଼ ଏବଂ ରାଜକୋଟ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ଯଥେଷ୍ଟ ବୃଦ୍ଧି ପାଇଛି ।ଆଖପାଖ ଅଞ୍ଚଳରେ ନଦୀ ପାଣି ପଶିଯାଇଥିବାରୁ ଲୋକେ ସୁରକ୍ଷିତ ସ୍ଥାନକୁ ଯିବାକୁ ବାଧ୍ୟ ହୋଇଛନ୍ତି । ଗୁଜରାଟ ସରକାରଙ୍କ ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁଁ ୨୩,୮୭୧ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ବଦୋଦରା ଓ ଜାମନଗରରେ ଉଦ୍ଧାର ପାଇଁ ବାୟୁସେନା ମୁତୟନ କରାଯାଇଛି ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Prev Post
Next Post