ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନା ଗୋଟିଏ ବର୍ଷ ବୃଦ୍ଧି କରାଯାଇଛି। ଗୋଟିଏ ବର୍ଷ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଗଷ୍ଟ ୩୧ ତାରିଖରେ ସରୁଥିଲା ସ୍ୱାସ୍ଥ୍ୟବୀମା ଅବଧି। ତେବେ ପୂର୍ବ ବର୍ଷର ତାଲିକାକୁ ଚଳିତ ବର୍ଷରେ ଲାଗୁ କରିବା ପାଇଁ ନିଆଗଲା ନିଷ୍ପତ୍ତି।କିଛିଦିନ ତଳେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଲାଗୁ ହୋଇଥିବା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ନବୀକରଣର ଦାବି କରାଯାଇଥିଲା। ରାଜ୍ୟରୁ ପ୍ରକାଶ ପାଉଥିବା ସାପ୍ତାହିକ, ପାକ୍ଷିକ, ମାସିକ ସାମ୍ବାଦପତ୍ର (ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହ ଅନୁବନ୍ଧିତ) ଗୁଡ଼ିକର ସମସ୍ୟା ସହ ଅନେକ ବିଷୟରେ ଅଗଷ୍ଟ 25 ତାରିଖରେ ରାଜଭବନରେ ଏକ ୧୦ ଜଣିଆ ପ୍ରତିନିଧି ଦଳ ରାଜ୍ୟପାଳ ଶ୍ରୀ ଦାସଙ୍କୁ ଭେଟିବା ଅବସରରେ ଏହି ଦାବି ରଖିଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post