ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ଦୀର୍ଘ ଚାରିଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଏହି ବୈଠକ ଚାଲିଥିବାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି | ଶ୍ରୀମନ୍ଦିର ପକ୍ଷରୁ ନିଜସ୍ୱ ଏଫଏମ ରେଡିଓ ଚ୍ୟାନେଲ ଆରମ୍ଭ ହେବ । ଏ ବାବଦରେ ବିସ୍ତୃତ ଆଲୋଚନା ପରେ ପଦକ୍ଷେପ ଗ୍ରହଣ କରାଯିବ । ଓରସାକ ସହାୟତାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ଜମି ରେକର୍ଡର ଡିଜିଟାଇଜେସନ କରାଯିବ । ଏଥିସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା କରଯିବ । ଭକ୍ତଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା ଗ୍ରହଣ କରଯିବା ସହ ମହିଳା ଓ ପୁରୁଷଙ୍କ ପାଇଁ ଅଲଗା ଅଲଗା ଧାଡ଼ି କରାଯିବ । ସେବାୟତଙ୍କ ସହ ଆଲୋଚନା କରାଯାଇ ନାଟ ମଣ୍ଡପରେ ଥିବା ଆଲମିରା କଢ଼ାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ବାବଦରେ ସୂଚନା ଦେଇଛନ୍ତି ।ଶ୍ରୀମନ୍ଦିର ପରିଚାଳନା ପାଇଁ ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ୧୦୩ କୋଟି ଟଙ୍କାର ବଳକା ବଜେଟ୍ ନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଡ଼ପ ମଣ୍ଡପ ବିଜେ ଅଘଟଣ ପୁନରାବୃତ୍ତି ନହେବା ଉପରେ ଗୁରୁତ୍ୱ ଦିଆଯାଇଛି । ଆଡ଼ପ ମଣ୍ଡପ ବିଜେ ଅଘଟଣାର ସମୀକ୍ଷା ପୁଣି ଥରେ କରାଯିବ । ଆଡ଼ପ ପହଣ୍ଡି ଅଘଟଣ ରିପୋର୍ଟ ଅସଂପୂର୍ଣ୍ଣ ରହିଥିବା ପରିଚାଳନା କମିଟି ତରଫରୁ କୁହାଯାଇଛି ।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ