ନିଧୁମ ଛେଚିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେଇଛି। ଏହା ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୭ରୁ ୨୦ ସେମି) ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଦୁଇ ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ‌ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।