ଓଡ଼ିଆଙ୍କର ବାର ମାସରେ ୧୩ ପର୍ବ। ବର୍ତ୍ତମାନ ପାର୍ବଣର ଋତୁ ଆରମ୍ଭ ହୋଇସାରିଛି। ତେବେ ଆଗକୁ ଆସୁଛି ଦୁର୍ଗାପୂଜା। ଚଳିତ ବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେକୁ ସଂପୂର୍ଣ୍ଣ ଭାବେ ମନାକରାଯାଇଛି।ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା ବେଳେ ଡିଜେକୁ ବାରଣ କରାଯାଇଛି। ତେବେ ରାତି ୧୨ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିପାରିବ ବୋଲି ଅନୁମତି ଦେଇଛନ୍ତି ପୋଲିସ କମିଶନର। ଭସାଣି ଶୋଭାଯାତ୍ରାରେ ୬ଟି ବକ୍ସ ବାଜିପାରିବ। ଜୋରଜବରଦସ୍ତ ଚାନ୍ଦା ମାଗିଲେ କିମ୍ବା ଡିଜେ ବଜାଇଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହେବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post