୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି

ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୮ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ୧୬ ଜିଲାକୁ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆଉ ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର, ଗଜପତିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ୪ ବନ୍ଦରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।