ଦୁର୍ବଳ ହେଉଛି ଲଘୁଚାପ
ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇ ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।