ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ । ଏହାମଧ୍ୟରେ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ ।କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ ବଡବିଲ ଗାଁରେ ଭୁଶୁଡିପଡିଛି ଘର । ଏଥିରେ ଜଣେ ୫୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାରର ଆଉ ତିନି ଜଣ ଆହତ ହୋଇଛନ୍ତି । ଏପଟେ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ନଦୀର ଜଳସ୍ତର ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Prev Post
Next Post