ବଢିବ ବର୍ଷା
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବା ବେଳେ ମୌସୁମୀ ଟ୍ରପଲାଇନର ପ୍ରଭାବ ରହୁଛି । ଫଳରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ ବର୍ଷା ।