ଜିଲ୍ଲାପାଳଙ୍କୁ କଡ଼ା କଥା କହିଲେ ମୁଖ୍ୟମନ୍ତ୍ରୀ
ଆଜି ଲୋକସେବା ଭବନରେ ଜିଲ୍ଲାପାଳ କଡ଼ା ସ୍ବରରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଅଫିସରମାନେ ସରକାରଙ୍କ ଆଦେଶକୁ ମାନି କାମ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସେବାକୁ ଧ୍ୟାନରେ ରଖି କାର୍ଯ୍ୟ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଲୋକସେବା ଭବନରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏଥିରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖିଛି। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ। ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ।ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ।
ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ। ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ।ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ।ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି ଜିଲ୍ଲାପାଳ| ଥାନା ଓ ଶିକ୍ଷାନୁଷ୍ଠାନକୁ ଯିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ କୌଣସି ତ୍ରୁଟିବିଚ୍ୟୁତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। ଏହି ସମୟରେ ସେ ନିଜ ସହ ଘଟିଥିବା ଏକ ଘଟଣାର ଅବତାରଣା କରିବାକୁ ଭୁଲିନଥିଲେ। ସେ କହିଛନ୍ତି, ମୁଁ ବିରୋଧୀ ଦଳ ମୁଖ୍ୟ ସଚେତକ ଥିବା ସମୟରେ ମୋତେ ଗେଟଆଉଟ୍ କହିଥିବା ଆଇଆଇସିଙ୍କୁ ମୁଁ କ୍ଷମା ଦେଇଛି। କାରଣ ମୁଁ ଜାଣିଥିଲି ସେ କିଛି ବ୍ୟକ୍ତିଙ୍କ ଚାପରେ ଆସି ଏଭଳି କହିଥିଲେ।