ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।ସପ୍ତାହେ ଭିତରେ ଏସ୍ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍ ରହିବ। ଥାନାରେ ୨ଟି ଜିପ୍ ରହିବ। ଏଥିସହିତ ଓଡ୍ରାଫ୍ ଟିମ୍ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post