ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।ସପ୍ତାହେ ଭିତରେ ଏସ୍ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍ ରହିବ। ଥାନାରେ ୨ଟି ଜିପ୍ ରହିବ। ଏଥିସହିତ ଓଡ୍ରାଫ୍ ଟିମ୍ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post