ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା ସରକାରକୁ ନିଶାନା କରିଛନ୍ତି ନବୀନ। ସେମାନେ ବିଏସକଓ୍ବୋଇ ନାଁ ବଦଳାଇଛନ୍ତି, ଲୋକ ସବୁ ଜାଣନ୍ତି। ୩ଶହ ୟୁନିଟ ମାଗଣା ବିଜୁଳି, ୩ ହଜାର ଭତ୍ତା ଦେବେ କହିଥିଲେ। ମା’ ମାନଙ୍କୁ ୫୦ ହଜାର ଦେବେ କହିଥିଲେ, ଆହୁରି ମଧ୍ୟ କହିଛନ୍ତି, ଏ ସରକାର ଉପରେ ଲୋକଙ୍କ ଭରସା ନାହିଁ, ଲୋକ ମିଛ ଜାଣିଲେଣି। ମିଛ କହି ନିର୍ବାଚନ ଜିତିପାରନ୍ତି, କିନ୍ତୁ ଲୋକଙ୍କ ହୃଦୟ ଜିତିପାରିବେନି। ଭାଜପା ଠାରୁ ବିଜେଡି ଅଧିକ ଭୋଟ ପାଇଛି, ଆମେ ଲୋକଙ୍କ ହୃଦୟରେ ଅଛୁ। ସରକାରୀ କର୍ମଚାରୀ ରାଜଭବନରେ ବି ସୁରକ୍ଷିତ ନୁହଁନ୍ତି। ମୁଁ କ୍ଷମତାରେ ଥାଏ ବା ନଥାଏ, ଲୋକ ସେବା ଜାରି ରହିବ ବୋଲି ନବୀନ କହିଛନ୍ତି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post