ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ଅଗ୍ରସର ହେବା ଫଳରେ ରାଜ୍ୟରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। କାଲି ଠାରୁ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ୍, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାରେ ପାଗ ପ୍ରାୟ ଶୁଖିଲା ରହିବ। ୯ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏଭଳି ପାଗ ରହିପାରେ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post