ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ସୂଚନାରୁ ଜଣାପଡିଛି, ଗତ ଶୁଣାଣି ସମୟରେ ଜଷ୍ଟିସ ଗଭଇ ମନ୍ତବ୍ୟ ଦେଇଛନ୍ତି ଯେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିବା ଉଚିତ୍। ଏହା ମଧ୍ୟ କୁହାଯାଇଥିଲା ଯେ ଲାବୋରେଟୋରୀର ପରୀକ୍ଷା ରିପୋର୍ଟ ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ନୁହେଁ | ତେଣୁ, ଜଷ୍ଟିସ ଗଭଇ ଏହି ନିର୍ଦ୍ଦେଶ ଦେବାବେଳେ କହିଛନ୍ତି, ଆମେ ଏହି ଆଦେଶ ଦେଉଛୁ। ଦେବତାଙ୍କ ଉପରେ ବିଶ୍ୱାସ କରୁଥିବା କୋଟି କୋଟି ଲୋକଙ୍କ ଭାବନାକୁ ଧ୍ୟାନରେ ରଖି ଆମେ ଏସଆଇଟିକୁ ଏହି ମାମଲାର ଯାଞ୍ଚ ନିର୍ଦ୍ଦେଶ ଦେଉଛୁ। କୋର୍ଟ ସିବିଆଇର ୨ସଦସ୍ୟ, ଆନ୍ଧ୍ର ପ୍ରଦେଶ ରାଜ୍ୟ ପୋଲିସର ୨ ସଦସ୍ୟ ଏବଂ ଏଫଏସଏସଏଆଇ (FSSAI)ର ଜଣେ ବିଶେଷଜ୍ଞଙ୍କୁ ନେଇ ଏକ ଏସଆଇଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ପ୍ରସାଦରେ ଚର୍ବି ମିଶିବା ଅଭିଯୋଗ ସମଗ୍ର ବିଶ୍ୱରେ ଭକ୍ତଙ୍କ ବିଶ୍ୱାସକୁ କ୍ଷତି ପହଞ୍ଚାଇଛି। ଆମେ ଚାହୁଁନାହୁଁ ଏହି ବିଷୟ ଏକ ରାଜନୈତିକ ଡ୍ରାମା ହେଉ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ବିରୋଧୀଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Prev Post