ରାଜ୍ୟରେ ହଜାରେ କି ଦୁଇ ହଜାର ନୁହେଁ ଏକାକାଳୀନ ନିଯୁକ୍ତ ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ। ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମଠାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ମାର୍ଗଦର୍ଶନ କରାଇବେ।କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ