କିଡ୍ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ମିଳି ନ ଥାଏ। ଦୁଇଟିଯାକ କିଡ୍ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍’ ବା ଏଆର୍ଏଫ୍। କିଡ୍ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ା ବାନ୍ତି ଯୋଗୁ ଡିହାଇଡ୍ରେସନ୍ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ଅଂଶୁଘାତ ହେବା, ବିଷାକ୍ତ ସାପ କାମୁଡ଼ିବା, ବିଷ ଖାଇବା ଇତ୍ୟାଦି କାରଣରୁ ଆକ୍ୟୁଟ୍ କିଡ୍ନୀ ଅକ୍ଷମତା ପ୍ରକାଶପାଏ। ପରିସ୍ରାର ପରିମାଣ କମିଯିବା, ଅଇ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଳିଆ ଲାଗିବା, ଶ୍ୱାସକ୍ରିୟାରେ କଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଅନ୍ୟପକ୍ଷରେ ରକ୍ତଚାପ ବଢ଼ି ଦୀର୍ଘଦିନ ଧରି ଅନିୟନ୍ତ୍ରିତ ଅବସ୍ଥାରେ ରହିଲେ, ଡାଇବେଟିସ୍ ନିୟନ୍ତ୍ରଣରେ ନ ଥିଲେ ଯନ୍ତ୍ରଣା କମେଇବା ପାଇଁ ମୁଠା ମୁଠା ପେନ୍କିଲର୍ ଓଷଧ ଖାଇଲେ ପୁରୁଷମାନଙ୍କଠାରେ ଏହାର ପ୍ରଭାବ ପଡ଼େ। ଏପରି ଅବସ୍ଥାକୁ କୁହାଯାଏ
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post