୭୯ ବର୍ଷରେ ପାଦ ଦେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆଜି ୭୮ ତମ ଜନ୍ମଦିବସ । ୭୮ ବର୍ଷ ପୂରି ୭୯ ବର୍ଷରେ ପାଦ ଦେଇଛନ୍ତି ନବୀନ । ଏହି ଅବସରରେ ନବୀନଙ୍କୁ ସବୁ ମହଲରୁ ଛୁଟିଛି ଶୁଭେଚ୍ଛାର ସୁଅ । ନବୀନଙ୍କ ଜନ୍ମଦିନକୁ ଆଜି ଜନସେବାର ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜୁ ଜନତା ଦଳ
୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ନବୀନ । ପିତା ବିଜୟାନନ୍ଦ ପଟ୍ଟନାୟକ, ମାଆ ଜ୍ଞାନ ପଟ୍ଟନାୟକଙ୍କ କୋଳ ମଣ୍ଡନ କରିଥିବା ନବୀନ । ସେ ଦିନ ଥିଲା ଓଡ଼ିଶା ପାଇଁ ଏକ ଐତିହାସିକ ଦିନ । କଟକ ଆନନ୍ଦ ଭବନରେ ଜନ୍ମ ଗ୍ରହଣ କରିଥିବା ନବୀନ ଦେଶ ବିଦେଶର ସୁନାମଧନ୍ୟ ଶିକ୍ଷାନୁଷ୍ଠାନରେ ପାଠ ପଢିଛନ୍ତି । ବିଜୁ ବାବୁଙ୍କ ଦେହାନ୍ତ ପରେ ପୂର୍ବତନ ଜନତା ଦଳର କିଛି ନେତାଙ୍କ ନେତୃତ୍ବ ନେଇ ରାଜନୀତିରେ ପାଦ ଥାପିଲେ ନବୀନ ପଟ୍ଟନାୟକ ।
୧୯୯୭ ଡିସେମ୍ବରରେ ଏକ ଆଞ୍ଚଳିକ ଦଳ ଭାବେ ମୁଣ୍ଡ ଟେକିଲା ବିଜୁ ଜନତା ଦଳ । ୧୯୯୮ ଓ ୧୯୯୯ରେ ବିଜେଡିରୁ ଦୁଇ ଦୁଇ ଥର ଲୋକସଭା ନିର୍ବାଚନ ଜିତି କେନ୍ଦ୍ରରେ ମନ୍ତ୍ରୀ ହେଲେ ନବୀନ । ସେବେଠୁ ନବୀନ ହୋଇଯାଇଥିଲେ ଓଡ଼ିଶା ରାଜନୀତିର ଅପ୍ରତିଦ୍ବନ୍ଦୀ ଜନନାୟକ । ଲଗାତାର ୨୪ ବର୍ଷ ଧରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଏବେ ବିରୋଧୀ ଦଳର ନେତା ହେଉଛନ୍ତି ନବୀନ ପଟ୍ଟନାୟକ ।
