ଆସନ୍ତା ଜାନୁଆରୀ ୩ ରୁ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ। ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ଜାନୁଆରୀ ୩ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । କମିଟିର କର୍ମକର୍ତ୍ତା ଗତ ବର୍ଷର ବଜେଟ ସମ୍ପର୍କରେ ସୂଚନା ଦେଇଥିଲେ ଓ ଆସନ୍ତା ଧନୁଯାତ୍ରା କେମିତି ପାରମ୍ପରିକ ଢଙ୍ଗରେ ଭଲରେ ହେବ ସେନେଇ ଆଲୋଚନା କରାଯାଇଥିଲା ।ବରଗଡ଼ର ସମସ୍ତ ବର୍ଗଙ୍କୁ ଧନୁଯାତ୍ରା ରେ କିଭଳି ଯୋଡା ଯାଇ ପାରିବ ସେନେଇ ପଦକ୍ଷେପ ନେବାକୁ କମିଟିର ସଦସ୍ୟ ମାନେ ପ୍ରସ୍ତାବ ଦେଇଥିଲେ । ବୈଠକରେ ଆୟ ବ୍ୟୟ ଉପରେ ସଦସ୍ୟ ମାନେ ବିଭିନ୍ନ ପ୍ରଶ୍ନ ଉଠାଇଥିଲେ ଯାହାର ତଦାରଖ ପାଇଁ ବୈଷୟିକ କମିଟି ଗଠନ କରି ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ । ବୈଠକରେ ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ, ମହୋତ୍ସବ କମିଟିର ସମ୍ପାଦକଙ୍କ ସହ ବିଭିନ୍ନ କମିଟିର ସଦସ୍ୟ ଓ ଜିଲ୍ଲାର ବିଭିନ୍ନ ବିଭାଗର ଅଫିସର୍ ମାନେ ଉପସ୍ଥିତ ଥିଲେ ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି