ବାତ୍ୟାକୁ ଦ୍ରୁଷ୍ଟିରେ ରଖି ସରକାର ଏହି ୧୪ଟି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଏହି ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ।

ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।