ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘର ସମେତ ୧୦ଟି ସ୍ଥାନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌ , ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି। ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। ଏଥିସହ କେନ୍ଦୁଝର ଅଫିସ , ସରକାରୀ ବାସଭବନ, ଯାଜପୁର ର କୋରେଇ ଓ ବ୍ୟାସନଗରରେ ମଧ୍ୟ ଏକକାଳୀନ ଚଢାଉ ଚାଲିଛି ।