ରୁଷ୍ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା
୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସେଠାରେ ରୁଷ୍ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ଚଳିତ ବର୍ଷ ବ୍ରିକ୍ସ ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ରହିଛି , ‘ ଷ୍ଟ୍ରେନ୍ଦେନିଙ୍ଗ ମଲ୍ଟିଲାଟେରାଲିଜିମ ଫର୍ ଜଷ୍ଟ ଗ୍ଲୋବାଲ ଡେଭେଲପମେଣ୍ଟ୍ ଆଣ୍ଡ ସିକ୍ୟୁରିଟି’ ଅର୍ଥାତ୍ ବିଶ୍ବର ବିକାଶ ଏବଂ ସୁରକ୍ଷା ପାଇଁ ବହୁପକ୍ଷବାଦକୁ ସୁଦୃଢ଼ କରିବା।