କିଏ ହେବ ମହିଳା ଆୟୋଗ ଅଧ୍ୟକ୍ଷା ?

ଅଧ୍ୟକ୍ଷା ଓ ସଦସ୍ୟାଙ୍କୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ମୋହନ ମାଝୀ ସରକାର ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ବରଖାସ୍ତ କରିବା ପରେ କିଏ ନୂଆ ଅଧ୍ୟକ୍ଷା ହେବେ ତାକୁ ନେଇ ରାଜନୀତି ଜୋର ଧରିଛି । ଏହି ବଡ଼ ପଦବୀରେ ବିଜେଡିର କେଉଁ ମହିଳା ନେତ୍ରୀଙ୍କୁ ଦାୟିତ୍ବ ଦିଆଯାଉଛି ତାହାକୁ ଅପେକ୍ଷା କରିଛନ୍ତି ରାଜ୍ୟବାସୀ ।

ବିଜେଡି ସରକାର ସମୟରେ ମହିଳା ଆୟୋଗରେ ଥଇଥାନ ହୋଇଥିବା ଆଗଧାଡ଼ିର ବିଜେଡି ନେତ୍ରୀମାନେ ନିଜଆଡ଼ୁ ଇସ୍ତଫା ନଦେବା ପରେ ରାଜ୍ୟର ବିଜେପି ସରକାର ନିଜ କ୍ଷମତାର ଉପଯୋଗ କରି ସେମାନଙ୍କୁ ବରଖାସ୍ତ କରିଛନ୍ତି ।

ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ କିଏ ନୂଆ ଅଧ୍ୟକ୍ଷା ହେବେ ସେଥିପାଇଁ ଦଳରେ ଲବି ଚାଲିଛି । ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ପଦରୁ  ହଟାଇ ଦିଆଯାଇଛି । ମହିଳା ଆୟୋଗ ଅଧ୍ୟକ୍ଷା ଓ ଅନ୍ୟ ୪ଜଣ ସଦସ୍ୟା ସମସ୍ତେ ବିଜେଡିର ସକ୍ରିୟ ଆଗଧାଡ଼ିର ନେତ୍ରୀ ଥିଲେ । ବିଜେଡି ସରକାରରେ ସେମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା । ବିଜେଡି ନେତ୍ରୀ ମିନତୀ ବେହେରାଙ୍କୁ ୨୦୨୨ ଅକ୍ଟୋବର ମାସରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ହୋଇଥିଲେ ।