ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ଏଥିନିମନ୍ତେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା ।
ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ ବେଳେ ତାଙ୍କ ମା’ ସୋନିଆ ଗାନ୍ଧି, ଭାଇ ରାହୁଲ ଗାନ୍ଧି ଓ କଂଗ୍ରେସର ବହୁ ହେଭିୱେଟ ନେତା ଉପସ୍ଥିତ ଥିଲେ। ନିଜ ମା’ଙ୍କ ସହ ପ୍ରିୟଙ୍କା ଗତ ରାତିରେ ୱାୟନାଡରେ ପହଞ୍ଚିଥିଲେ। ସେଠାରେ ସେମାନେ ସ୍ଥାନୀୟ ଲୋକଙ୍କ ସହ ବହୁ ଚର୍ଚ୍ଚା ଓ ଆଲୋଚନା କରିଥିଲେ।
ଆଜି ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ ବେଳେ ମା’ ସୋନିଆ ଗାନ୍ଧି, ଭାଇ ରାହୁଲ ଗାନ୍ଧି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ସମେତ ଦଳର ବହୁ ଆଗ ଧାଡ଼ିର ନେତା ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ ପରେ ପ୍ରିୟଙ୍କା ଓ ରାହୁଲ ଆଜି କଲ୍ଲେପଟ୍ଟା ନ୍ୟୁ ବସ୍ ଷ୍ଟାଣ୍ଡ ନିକଟରୁ ଏକ ରୋଡ ଶୋ’ କରିବେ ବୋଲି ଜଣାଯାଇଛି।