‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ: ସ୍ଥଳ ଭାଗ ଛୁଇଁଲା
ବାତ୍ୟା ‘ଦାନା’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହୋଇ ସ୍ଥଳଭାଗରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭିତରକନିକା ଓ ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ।ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ। ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ଥିବା ବେଳେ ସାମୁଦ୍ରିକ ଜୁଆର ଉଗ୍ରରୂପ ଧାରଣ କରିଛି। ସମୁଦ୍ର ଅଶାନ୍ତ ରହିଛି। ଜୁଆର ଅଧିକ ଉଚ୍ଚରେ ଉଠୁଛି। ପବନର ବେଗ ଘଣ୍ଟା ପିଛା ପ୍ରାୟ ୧୦୦କିମି ରହିଛି। ବାତ୍ୟା ‘ଦାନା’ ଆଜି ରାତି ପ୍ରାୟ ୧୨ଟାରେ ଓଡ଼ଶାମାଟିକୁ ସ୍ପର୍ଶ କରିଛି। କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଓ ଭଦ୍ରକ ଜିଲ୍ଲା ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିଛି। ବାତ୍ୟା ସ୍ଥଳଭାଗ ଛୁଇଁଥିବାରୁ କିଛି ସ୍ଥାନରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିଥିବା ଅନୁମାନ କରାଯାଉଛି। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ବାତ୍ୟା ଯୋଗୁଁ ଆଜି ଅପରାହ୍ଣ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ‘ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି।