ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଯୋଗୁଁ ୪ ସରକାରୀ କର୍ମଚାରୀ ନିଲମ୍ବିତ

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।
ସେପଟେ ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।