ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ

ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ । ବାତ୍ୟା ପରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇ ପାରିନି। ବିଦ୍ୟୁତ୍ ବିଭାଗର ୭ ହଜାର କର୍ମଚାରୀ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ତଳିଆ ଅଞ୍ଚଳରେ ପାଣି ଜମିଥିବାରୁ ବିଦ୍ୟୁତ ଯୋଗାଣ ହୋଇପାରିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୪୭୦ଟି ଆଶ୍ରୟସ୍ଥଳୀରେ ଏବେ ୩୦ ହଜାର ଲୋକ ଅଛନ୍ତି । ବାତ୍ୟା ସମୟରେ ୬ ହଜାର ୨୧୦ ଆଶ୍ରୟସ୍ଥଳୀରେ ୮ ଲକ୍ଷରୁ ଅଧିକ ଲୋକ ଥିଲେ। ଏରିୟଲ ସର୍ଭେ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା ସମେତ ଚାନ୍ଦବାଲି ସମୁଦ୍ର ତଟବର୍ତ୍ତୀ ବାତ୍ୟାଞ୍ଚଳ ପରିଦର୍ଶନ କରିଥିଲେ।