ବାତ୍ୟା ‘ଦାନା’ ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ସକାଳ ୭ଟାରୁ ୯ଟା ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥାଏ । ସେଠାରେ ରାତ୍ରି ରହଣି ପାଇଁ କେବଳ ଅନଲାଇନ ମାଧ୍ୟମରେ ବୁକିଂ ବ୍ୟବସ୍ଥା ରହିଅଛି। ଫଳରେ ପୁଣି ଥରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ସମାଗମ ଆରମ୍ଭ ହୋଇ ଯାଇଛି। ବାତ୍ୟା “ଦାନା”ର ପ୍ରକୋପ ଯୋଗୁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ । ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟରେ ପର୍ଯ୍ୟଟକଙ୍କ ଗାଡ଼ି ଯିବା ସମ୍ଭବପର ନ ଥିଲା।ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା। ଆଜି ପାଗ ଶୁଖିଲା ହେବା ପରେ ଶିମିଳିପାଳକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post