ବାତ୍ୟା ‘ଦାନା’ ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ସକାଳ ୭ଟାରୁ ୯ଟା ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥାଏ । ସେଠାରେ ରାତ୍ରି ରହଣି ପାଇଁ କେବଳ ଅନଲାଇନ ମାଧ୍ୟମରେ ବୁକିଂ ବ୍ୟବସ୍ଥା ରହିଅଛି। ଫଳରେ ପୁଣି ଥରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ସମାଗମ ଆରମ୍ଭ ହୋଇ ଯାଇଛି। ବାତ୍ୟା “ଦାନା”ର ପ୍ରକୋପ ଯୋଗୁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ । ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟରେ ପର୍ଯ୍ୟଟକଙ୍କ ଗାଡ଼ି ଯିବା ସମ୍ଭବପର ନ ଥିଲା।ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା। ଆଜି ପାଗ ଶୁଖିଲା ହେବା ପରେ ଶିମିଳିପାଳକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post