ସରିଲା ପବିତ୍ର ବଡ଼ଓଷା, ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ
ସରିଲା ପବିତ୍ର ବଡ଼ଓଷା, ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ। ରାତି ତମାମ ଉଜାଗର ହୋଇ ବାବାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପାଖରେ ପ୍ରସିଦ୍ଧ ଗଜଭୋଗ ଲାଗି କରାଯାଇଛି। ବଡ଼ ଓଷା ଓ କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ପାଇବା ପରେ ନିଜର ବ୍ରତ ଉଦଯାପନ କରିଛନ୍ତି। ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି। ଏଥିପାଇଁ ପୂଜକଙ୍କ ପକ୍ଷରୁ ସମସ୍ତ ବସାଘର ଆଗରେ ପ୍ରସାଦ ବିକ୍ରିର ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।