ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହର ତାରିଖକୁ ନେଇ ଚର୍ଚ୍ଚା

ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କରି ନିଜ ସମ୍ପର୍କ ବିଷୟରେ ସମସ୍ତଙ୍କୁ ଜଣାଇଥିଲେ। ଅଗଷ୍ଟ ମାସ ଆରମ୍ଭରେ, ସେମାନେ ନିର୍ବନ୍ଧ କରି ପରସ୍ପରକୁ ଭଲ ପାଉଥିବା ବିଷୟରେ ସାର୍ବଜନୀନ କରିଥିଲେ। ନିର୍ବନ୍ଧ ପରେ ପ୍ରଶଂସକମାନେ ଏହି ଦମ୍ପତିଙ୍କ ବିବାହକୁ ଅପେକ୍ଷା କରିଛନ୍ତି। ଏବେ ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହର ତାରିଖକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଦୁହେଁ ଡିସେମ୍ବର ୪ରେ ବିବାହ କରିବେ ବୋଲି ଜଣାପଡିଛି |