ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇଛି । ଗତକାଲି ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯାଇଛି । ଆଜି ଶନିବାର ଷଷ୍ଠୀ ଅବସରରେ ମହାପ୍ରଭୁଙ୍କ ଠାରେ କଳା ରଙ୍ଗର ଘୋଡ଼ ଲାଗି ହୋଇଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post