ଦେଶରେ ଖୋଲିବ 85ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ।