ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏପରି ହିଂସ୍ର ଆଚରଣ ହେଉଛି କଂଗ୍ରେସର ପାରିବାରିକ ପରମ୍ପରା। ଏହି ଦଳ ହେଉଛି ହିଂସାର ବାହକ। ଇନ୍ଦିରା ଗାନ୍ଧୀଙ୍କ ଜରୁରୀକାଳୀନ ପରିସ୍ଥିତିରେ ହୋଇଥିବା ହିଂସାଠାରୁ ଆରମ୍ଭ କରି ରାହୁଲ ଗାନ୍ଧୀ ଭିଆଇ ଥିବା ଆଜିର ଘଟଣା ପର୍ଯ୍ୟନ୍ତ, ସବୁରି ମୂଳରେ ହିଂସା ରହିଛି। ଏହି ଘଟଣାକୁ ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଶ୍ରୀ ଅଭିଳାଷ ପଣ୍ଡା ତୀବ୍ର ନିନ୍ଦା କରିଛନ୍ତି। ଗଣତନ୍ତ୍ରର ସର୍ବେର୍ାଚ୍ଚ ମନ୍ଦିର ସଂସଦରେ ବିଜେପିର ଜଣେ ବରିଷ୍ଠ ସାଂସଦଙ୍କୁ ରକ୍ତାକ୍ତ କରି ସଂସଦରେ ଯେଉଁ ରକ୍ତର ଛିଟା ପକାଇଲେ ଏହା ଇତିହାସରେ ଲିପିବଦ୍ଧ ହୋଇ ରହିବ। ଏନେଇ ରାହୁଲ ଗାନ୍ଧୀ କ୍ଷମା ପ୍ରାର୍ଥନା କରନ୍ତୁ। ଏହି ହିଂସାକୁ ଦେଶବାସୀ ସବୁଦିନ ପାଇଁ ମନେ ରଖି କେବେ ବି କଂଗ୍ରେସକୁ କ୍ଷମା ଦେବେ ନାହିଁ ବୋଲି ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଶ୍ରୀ ଅଭିଳାଷ ପଣ୍ଡା କହିଛନ୍ତି।
ଏହାର ପ୍ରତିବାଦ କରି ବିଜେପି ଯୁବମୋର୍ଚ୍ଚା କର୍ମୀ ଭୁବନେଶ୍ୱର ମାଷ୍ଟରକ୍ୟାଂଟିନରେ ରାହୁଲ ଗାନ୍ଧୀଙ୍କ କୁଶପୁତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରି “କଂଗ୍ରେସ ଅର୍ଥ ହିଂସା, କଂଗ୍ରେସ ଅର୍ଥ ମିଥ୍ୟା” ନାରା ଦେଇଛନ୍ତି। ବିଜେପି ଯୁବମୋର୍ଚ୍ଚା ରାହୁଲ ଗାନ୍ଧୀଙ୍କ କୁଶପୁତଳିକା ଦାହ କରି ଚେତାଇ ଦେଉଛି ଯେ, ରାହୁଲ ଗାନ୍ଧୀ ଓଡ଼ିଶାର ଏହି ପବିତ୍ର ଭୂମିରେ ପାଦ ଦେବା ପୂର୍ବରୁ କ୍ଷମା ମାଗନ୍ତୁ ବୋଲି ଶ୍ରୀ ପଣ୍ଡା କହିଛନ୍ତି।ଏହି ବିକ୍ଷୋଭରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ଯୁବମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ୍ ସିଂ, ରାଜ୍ୟ ସମ୍ପାଦକ ସୁବ୍ରତ ବିଶ୍ୱାଳ, ମାନସ ସାହୁ, ପ୍ରଶାନ୍ତ ପାଇକରାୟ, ରାଜ୍ୟ ସଂଯୋଜକ ଚଣ୍ଡୀ ପ୍ରସାଦ ବେହେରା ଓ ଅନ୍ୟ ଯୁବମୋର୍ଚ୍ଚା ନେତୃବୃନ୍ଦ ଉପସ୍ଥିତ ଥିଲେ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post