ଆଜି ବର୍ଷର ସବୁଠାରୁ ଛୋଟ ଦିନ

ଆଜି ହେଉଛି ସବୁଠୁ ଛୋଟ ଦିନ । ଆପଣ ଜାଣନ୍ତି ବର୍ଷକେ ଥରେ ଏଭଳି ଦିନ ଆସେ ନଭେମ୍ବର ମାସରେ ।  ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ଆଜି ଆପଣ ଅନୁଭବ କରିପାରିବେ। ଆଜି ସହ କାଲି ମଧ୍ୟ ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା ବୋଲି ମହାକାଶ ବିଜ୍ଞାନୀ ଶୁଭେନ୍ଦୁ ପଟ୍ଟନାୟକ ।

ଭୁବନେଶ୍ବରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ ।

ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ । ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ ।

ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ । ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ଼ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ ‘ବଡଦିନ’ ରୂପେ ପାଳନ କରାଯାଏ ।