ବିବାହ ବନ୍ଧନରେ ବାନ୍ଧି ହେଲେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁ। ଡିସେମ୍ବର ୨୨ରେ ଅର୍ଥାତ୍ ରବିବାର ରାଜସ୍ଥାନର ଉଦୟପୁରରେ ସିନ୍ଧୁ ବିବାହ କରିଛନ୍ତି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ ଏବଂ ପୋଜିଡେକ୍ସ ଟେକ୍ନୋଲୋଜିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ। ବିବାହରେ ପିଭି ସିନ୍ଧୁ ଶାଢ଼ି ପିନ୍ଧିଥିବା ବେଳେ ଭେଙ୍କଟ କୂର୍ତ୍ତା ପିନ୍ଧିଥିବା ଦେଖାଯାଇଥିଲା। ପରିବାର ଓ ଘନିଷ୍ଠ ବନ୍ଧୁଙ୍କ ଉପସ୍ଥିତିରେ ଦୁହେଁ ବିବାହ କରିଥିଲେ। ବିବାହ ପରେ ଯୋଧପୁରର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ମଧ୍ୟ ଉପସ୍ଥିତ ଥିଲେ। ବିବାହରେ ଯୋଗ ଦେଇଥିବାର ଫଟୋ ଏକ୍ସରେ ସେୟାର କରି ନବଦମ୍ପତ୍ତିକୁ ଗଜେନ୍ଦ୍ର ସିଂ ଶେଖାୱତ ଶୁଭେଚ୍ଛା ଦେଇଥିବା ଦେଖାଯାଇଛି।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ