୯ ରେ ପ୍ରଧାନମନ୍ତ୍ରୀ ଓ ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ

ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ। ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ମଙ୍ଗଳବାର ଖାରବେଳ ଭବନରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ସବୁଠୁ ଭଲ ହେବ ବୋଲି ବିଶ୍ୱାସ ରଖି ବିଭାଗ କାମ କରୁଛି। ମୁଖ୍ୟମନ୍ତ୍ରୀ ନିଜେ ଏହାକୁ ଗୁରୁତର ସହ ଅନୁଧ୍ୟାନ କରୁଛନ୍ତି।