ହକି ଇଣ୍ଡିଆ ଲିଗ୍ରେ ଘରୋଇ ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଶକ୍ତିଶାଳୀ ୟୁପି ରୁଦ୍ରାସ୍ଠାରୁ ୧-୩ ଗୋଲ୍ରେ ପରାସ୍ତ ହୋଇଛି। ମ୍ୟାଚ୍ର ପ୍ରଥମ କ୍ବାର୍ଟର୍ରେ କଳିଙ୍ଗ ଲାନ୍ସର୍ସ ସୁନ୍ଦର ପ୍ରଦର୍ଶନ କରିଥିଲା। ୧୩ତମ ମିନିଟ୍ରେ ଦଳର ବିଦେଶୀ ତାରକା ଏନରିକ୍ ଗୋଞ୍ଜାଲେଜ୍ ଏକ ଚମତ୍କାର ଫିଲ୍ଡଗୋଲ ଦେଇ ଦଳକୁ ୧-୦ ଗୋଲରେ ଆଗୁଆ କରିଥିଲେ। ତେବେ ଦ୍ବିତୀୟ କ୍ବାର୍ଟରରେ ୟୁପି ପ୍ରତ୍ୟାବର୍ତ୍ତନ କରିଥିଲା। ଦ୍ବିତୀୟ କ୍ବାର୍ଟର୍ରେ କୌଣସି ଗୋଲ୍ ଦେଇ ନଥିଲେ ମଧ୍ୟ ଘରୋଇ ଦଳକୁ ଚାପରେ ରଖିଥିଲା।
Trending
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ