ଆସନ୍ତା ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନା ହେବ ଲାଗୁ

ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଜଣାପଡ଼ିଛି । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ହେବ ଏମ ଓ ୟୁ । ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା ।