ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ
ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ ବାରଣ କରାଯାଇଛି ।
ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି । ତେବେ ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ । ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯିବ।