ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ FIR ରୁଜୁ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି।
ସୂଚନାଯୋଗ୍ୟ, ଗୋବିନ୍ଦ ପୁରୀରେ ଏକ ଏଫଆଇଆର ପଞ୍ଜିକୃତ ହୋଇଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ନିର୍ବାଚନରେ ସରକାରୀ ଗାଡ଼ି ବ୍ୟବହାର କରିବାର ଅଭିଯୋଗ ଅଛି। ଏ ସମ୍ପର୍କରେ ଏକ ଏଫଆଇଆର ରୁଜୁ କରାଯାଇଛି। ରାଜଧାନୀରେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ ନିର୍ବାଚନ କମିଶନ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି।