ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍‌ଘାଟନ କଲେ ମୋଦି

ଭୁବନେଶ୍ବର ଜନତା ମଇଦାନରେ ଉଦ୍‌ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ଅଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ବ୍ୟବସାୟୀ ଉପସ୍ଥିତ ଅଛନ୍ତି।

ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।