ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ
ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ଦଳର ନେତାମାନେ ଉପସ୍ଥିତ ଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ , ସ୍ଵାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରମୁଖ ଏହି ବ୍ରେଠକରେ ଯୋଗ ଦେଇଥିଲେ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହକୁ ସମ୍ବୋଧନ କରିବେ। ଏବଂ ବଜେଟ୍ ଅଧିବେଶନର ଶୁଭାରମ୍ଭ କରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ। ସଂସଦର ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ରେ ଶେଷ ହେବ। ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୪ରେ ଶେଷ ହେବ।