ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ
ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି |