ରାଜ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ରାଜ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା । ୧୨ରୁ ୧୬ ତାରିଖ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୦ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଉପକୂଳ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ୩୮ ଡିଗ୍ରୀ ରହିପାରେ ।

ଡ. ଶରତ ଚନ୍ଦ୍ର ସାହୁଙ୍କ କହିବା ଅନୁସାରେ, ୧୫ରୁ ୧୮ ତାରିଖ ଭିତରେ ଉପକୂଳ ଓଡ଼ିଶା ଏବଂ ଏହାର ସଂଲଗ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ମଧ୍ୟ ହୋଇପାରେ । ତେବେ ଆଜି ଏବଂ କାଲି ଭିତରେ ମୟୂରଭଞ୍ଜ ଏବଂ କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ହିମାଳୟ ଅଞ୍ଚଳରୁ ଅଧିକ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ଯୋଗୁ ଗତ ତିନି ଦିନ ଧରି ରାଜ୍ୟର ରାତି ତାପମାତ୍ରା କମ ରହୁଥିଲା । କିନ୍ତୁ ଆସନ୍ତା ୪ ଦିନରେ ସ୍ଥିତି ବଦଳିବ ଓ ଗ୍ରୀଷ୍ମ ପ୍ରବାହ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।