ଦୋଳବେଦୀରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି

ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ। ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରାଯିବ। ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଢାପୋଡି ନୀତି ଅନୁଷ୍ଠିତ ହୋଇଥାଏ।