ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ‘ଆପଣମାନଙ୍କୁ ସମସ୍ତଙ୍କୁ ହୋଲିର ବହୁତ ବହୁତ ଶୁଭକାମନା। ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉତ୍ସାହ ଏବଂ ଶକ୍ତି ସଞ୍ଚାର କରୁ ଏବଂ ଦେଶବାସୀଙ୍କ ମଧ୍ୟରେ ଏକତାର ରଙ୍ଗକୁ ଆହୁରି ଗଭୀର କରୁ।’