ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା

ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା କତାଲ।

ଆତଙ୍କବାଦୀ ଅବୁ କତାଲକୁ ହାଫିଜ ସଇଦର ବହୁତ ନିକଟତର ବୋଲି ବିବେଚନା କରାଯାଉଥିଲା। ହାଫିଜ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ। ୨୬/୧୧ ମୁମ୍ବାଇ ଆକ୍ରମଣରେ ୧୬୬ ଜଣ ପ୍ରାଣ ହରାଇଥିଲେ। ପ୍ରାୟ ୧୦ ଜଣ ଲସ୍କର ଆତଙ୍କବାଦୀ ମୁମ୍ବାଇର ବିଭିନ୍ନ ସ୍ଥାନରେ ଆକ୍ରମଣ କରିଥିଲେ।