ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଲୋକସେବା ଭବନରେ ପହଞ୍ଚିଲେ ନବ ଦାସଙ୍କ ପରିବାର ।  ପୂର୍ବରୁ ସାକ୍ଷାତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କରିଥିଲେ ନବ ଦାସଙ୍କ ପତ୍ନୀ ମୀନତି ଦାସ । ଏହା ସହ ଡାକ ଜରିଆରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିଲେ ।  ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ।  ଏବେ ନୂଆ ମୋଡ଼ ନେବାକୁ ଯାଉଛି ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପରିବାର ।

ଆଜି ଅପରାହ୍ନ ୫ଟାରେ ଲୋକସେବା ଭବନରେ  ମୁଖ୍ୟମନ୍ତ୍ରୀ ଓ ମିନତି ଦାସଙ୍କ ମଧ୍ୟରେ ଆଲୋଚନା ହେବ ।  ଆଜି ନବ ଦାସଙ୍କ ପରିବାରକୁ କ୍ରାଇମବ୍ରାଞ୍ଚ ଟିମ୍ ଦୀର୍ଘ ୭ ଘଣ୍ଟା ଧରି ବୟାନ ରେକର୍ଡ କରିଥିଲା । ଏହାପରେ ନବଙ୍କ ପୁଅ ବିଶାଲ ଦାସ କହିଥିଲେ,ସିବିଆଇ ତଦନ୍ତ ପାଇଁ ଚିଠି ପ୍ରସ୍ତୁତ ହୋଇ ରହିଛି ।