ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨୨ ମାଓବାଦୀ
ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି। ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ ଏନ୍କାଉଣ୍ଟରରେ ଏହି ମାଓବାଦୀମାନେ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍ପି। ମାଓବାଦୀଙ୍କ ବଡ଼ ଧରଣର ବେସ୍ କ୍ୟାମ୍ପ ଥିଲା ଏହି ଜଙ୍ଗଲରେ। ତେଣୁ ପୋଲିସ ଏନ୍କାଉଣ୍ଟରରେ ମାଓବାଦୀଙ୍କ ବଡ଼ କ୍ଷତି ହୋଇଥିବା ଜଣାପଡ଼ିଛି। ଏବେବି ଗୁଳିବିନିମୟ ଜାରି ରହିଛି।